
ପୁରୀ,୧୪/୦୪: ଭାରତରତ୍ନ ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ୧୩୧ତମ ଜୟନ୍ତୀ ସ୍ଥାନୀୟ ସଦଭାବନା ସଭାଗୃହରେ ପାଳିତ ପାଳିତ ହୋଇଛି । ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ ମୁଖ୍ୟ ଅତିଥି, ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତି ମୁଖ୍ୟବକ୍ତା ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଆମ ସମ୍ବିଧାନର ପ୍ରଣେତା ବିଆର ଆମ୍ବେଦକର ଏକାଧାରରେ ଜଣେ ଆଇନଜ୍ଞ, ଅର୍ଥନୈତିକ, ସମାଜ ସଂସ୍କାରକ, ଦକ୍ଷ ପ୍ରଶାସକ, ରାଷ୍ଟ୍ର ନାୟକ ଓ ଜନ ନେତା ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ଜଣେ ମହାନ ବଦ୍ବାନ ଭାବେ ଶିକ୍ଷା, ସମାଜ ସଂସ୍କାର ଓ ଭାରତୀୟ ରାଜନୀତିରେ ତାଙ୍କର ଅବଦାନ ଅତୁଳନୀୟ । ତାଙ୍କର ଜୀବନ ଶୈଳୀ, ମହାନତା ଓ ଅମର କୀର୍ତ୍ତି ସର୍ବଦା ପ୍ରେରଣାର ପ୍ରତୀକ ହୋଇ ରହିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ପ୍ରାରମ୍ଭରେ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ଓଡିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ବିତରଣ କରାଯାଇଥିଲା । ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । freeslots dinogame telegram营销