
ପୁରୀ, ତା.୧୮/୦୪: ଜିଲ୍ଲା ମୁଖ୍ୟକାର୍ଯ୍ୟାଳୟରେ ପ୍ରତ୍ୟକ୍ଷ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଆଜିଠାରୁ ପ୍ରତ୍ୟକ୍ଷ ଭାବେ ଜନ ଶୁଣାଣି ଆରମ୍ଭ ହୋଇଛି । କରୋନା ମହାମାରୀକୁ ଦୃଷ୍ଟିରେ ରଖି ପ୍ରତ୍ୟକ୍ଷ ଜନ ଶୁଣାଣି ବନ୍ଦ ରହିଥିଲା । ଆଜି ୭୪ ଜଣ ସେମାନଙ୍କ ଆପତ୍ତି ଅଭିଯୋଗ ଜଣାଇଛନ୍ତି । ପ୍ରତ୍ୟେକ ସପ୍ତାହ ସୋମବାର ଦିନ ମୁଖ୍ୟ କାର୍ଯ୍ୟାଳୟ ଏବଂ ବିଭିନ୍ନ ବ୍ଲକରେ ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଥାଏ । ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଳିତ ଜନ ଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ, ଡେପୁଟି କଲେକ୍ଟର ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଶ୍ରୀ ଇତିଶ୍ରୀ ନାୟକ, ସଦର ବିଡିଓ ଶ୍ରୀ ସମ୍ବିତ ଶତପଥି, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ମମତା ମିଶ୍ର, ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । freeslots dinogame telegram营销
