
ଭୁବନେଶ୍ଵର,୨/୨: ଆଜିଠୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୭ ଜିଲ୍ଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିପରି ଆସନ୍ତାକାଲି ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ଉତ୍ତର ଓଡ଼ିଶାର ୧୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାବେଳେ ୯ ଜିଲ୍ଲାରେ କୁଆପଥର ବର୍ଷା ନେଇ ସତର୍କ କରାଯାଇଛି। freeslots dinogame telegram营销
-Advertisement-
-Advertisement-