ଆଜି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧୋତ୍ସବ ,ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର,୧୭।୦୪ : ଆଜି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ   ଶ୍ରାଦ୍ଧୋତ୍ସବ। ଏହିକ୍ରମରେ ଆଜି ରାଜ୍ୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି |ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିବା ବେଳେ ବିଜୁ ବାବୁଙ୍କୁ ମନେ ପକାଇଛନ୍ତି । ନବୀନ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସଦାସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ । ସେ ଦେଖାଇଥିବା ମାର୍ଗରେ ଆଜି ଓଡ଼ିଶା ବିକାଶର ବିଭିନ୍ନ କ୍ଷତ୍ରରେ ଅଗ୍ରଗତି କରିଛି ବୋଲି ନବୀନ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି ।ଆଜି ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ମର୍ଜିତାପୁର ଠାରେ ଧର୍ମଶାଳା ବିଜୁ ଜନତା ଦଳ ପକ୍ଷରୁ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ରାହ୍ମଣୀ ନଦୀ ପଠାରେ ଶହ ଶହ ସଂଖ୍ୟାରେ ଦଳୀୟ କର୍ମୀ ଏକାଠି ହୋଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ସେହିପରି ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବ୍ରାହ୍ମଣୀ ନଦୀରେ ବୁଡ ପକାଇବା ସହ ବିଜୁ ବାବୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ତିଳତର୍ପଣ କରିଥିଲେ । ପ୍ରଥମେ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ବ୍ରାହ୍ମଣ ପଣ୍ଡିତଙ୍କ ଉପସ୍ଥିତିରେ ଯଥାବିଧି ପୂଜାର୍ଚ୍ଚନା କରାଯାଇ ନଦୀରେ ତିଳତର୍ପଣ କରାଯାଇଥିଲା ।ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନ ଠାରେ ହେବାକୁ ଯାଉଥିବା ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେବେ ।    freeslots dinogame telegram营销

-Advertisement-
-Advertisement-

Leave a Reply