ଚାକିରିରୁ ବରଖାସ୍ତ ହେଲେ ଆଇଏଏସ ବିନୋଦ କୁମାର

ଭୁବନେଶ୍ଵର,୨/୨:ବରିଷ୍ଠ ଆଇଏଏସ ଅଧିକାରୀ ବିନୋଦ କୁମାରଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି ରାଜ୍ୟ ସରକାର । ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବାରୁ ତାଙ୍କୁ ବହିଷ୍କାର କରାଯାଇଛି । ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାରଙ୍କୁ ବରଖାସ୍ତ ନେଇ ରାଜ୍ୟ ସରକାରଙ୍କ ସୁପାରିସକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି । ମହାବାତ୍ୟା ପରେ ପରେ ବିନୋଦ କୁମାର ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମରର ପରିଚାଳନା ନିର୍ଦ୍ଦେଶକ ଥିବାବେଳେ ୨୦୦୧ରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅହେତୁକ ଅନୁକଂପା ଦେଖାଇ ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଂଜୁର କରିଥିଲେ । ତାଙ୍କ ବିରୋଧରେ ରାଜ୍ୟ ସରକାର ୨୭ଟି ଭିଜିଲାନ୍ସ କେସ୍ କରିଥିଲେ । freeslots dinogame telegram营销

-Advertisement-
-Advertisement-