
ଭୁବନେଶ୍ୱର,୨୭।୪:କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟିର ମଞ୍ଜୁରୀ । କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି। ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ। ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି ।ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର, ଦର୍ଶନ ସହ ପରିକ୍ରମା, ଚନ୍ଦନ ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ ସହିତ ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି । freeslots dinogame telegram营销