
ପୁରୀ ,୨୪/୦୨ : ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ପୁରୀର ଶ୍ରୀଲୋକନାଥ ଦେବଙ୍କ ମନ୍ଦିର|ଆସନ୍ତା ୨୭ ତାରିଖରେ ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ଲୋକନାଥ ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ନୀତି ନିର୍ଘଣ୍ଟ ଚୁଡାନ୍ତ ହୋଇଛି। ଚଳିତବର୍ଷ କୋଭିଡ କଟକଣା କୋହଳ ହୋଇଥିବାରୁ ପଙ୍କଉଦ୍ଧାର ନୀତିରେ ସମସ୍ତ ସେବାୟତ ସାମିଲ ହୋଇ ଏହି ନୀତି ସମ୍ପାଦନ କରିବେ। ସେହିପରି ସ୍ବତନ୍ତ୍ର ବ୍ୟାରିକେଡ଼ ମାଧ୍ୟମରେ ଦର୍ଶନାର୍ଥୀମାନେ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କୁ ଦର୍ଶନ କରିପାରିବେ। ତେବେ ପଙ୍କୋଦ୍ଧାର ଏକାଦଶୀ ଅବସରରେ ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ଚୁଡାନ୍ତ ନୀତି ନିର୍ଘଣ୍ଟ ଅନୁସାରେ ରାତି ୨ଟାରୁ ଦ୍ୱାର ଫିଟା ସହ ପରେ ବିଭିନ୍ନ ନୀତିକାନ୍ତି ହୋଇ ସକାଳ ୮ ଟାରୁ ପଙ୍କୋଦ୍ଧାର ଆରମ୍ଭ ହେବ। ଏହାପରେ ଦିନ ୧୨ଟାରୁ ସାଧାରଣ ଭକ୍ତମାନେ ପ୍ରଭୁ ଲୋକନାଥଙ୍କୁ ଦର୍ଶନ କରିପାରିବେ। ତେବେ ପଙ୍କୋଦ୍ଧାର ଓ ଜାଗର ଅବସରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥାରେ ସାମିଲ ହେବାକୁ ଚାହୁଁଥିବା ଭକ୍ତଙ୍କ ପାଇଁ ମନ୍ଦିର ପରିଚାଳନା ଟ୍ରଷ୍ଟ ପକ୍ଷରୁ ଟୋକନ ବ୍ୟବସ୍ଥା କରାଯାଇଛି। ପଙ୍କୋଦ୍ଧାର ଏକାଦଶୀ ଦିନ ୨ହଜାର ଓ ଜାଗର ଯାତ୍ରା ଦିନ ୪ହଜାର ସ୍ବତନ୍ତ୍ର ଦର୍ଶନ ଟିକେଟ ବିକ୍ରି ହେବାକୁ ଥିବାବେଳେ ଟିକେଟ ମୂଲ୍ୟ ୧୦୦ ଟଙ୍କା ରଖାଯାଇଛି। ଆସନ୍ତା ୧ ତାରିଖ ମଙ୍ଗଳବାର ଜାଗର ଯାତ୍ରା ଅବସରରେ ରାତ୍ର ୧୨.୩୦ରୁ ଦ୍ୱାର ଫିଟା ସହ ପ୍ରଭୁଙ୍କର ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ ହେବା ପରେ ଭୋର ୪ ଟାରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଏହି ଦର୍ଶନ ବ୍ୟବସ୍ଥା ବୁଧବାର ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଚାଲିବା ପରେ ଭୋର ୪ ଟାରେ ମହାଦୀପ ଉଠିବ। ଜାଗର ଅବସରରେ ଭକ୍ତମାନେ ମନ୍ଦିର ପରିସରରେ ଓ ବାହାରେ ଏକାଠି ବସି ଦୀପ ଜାଳି ଉଜାଗର ରହିପାରିବେ ବୋଲି ଲୋକନାଥ ମନ୍ଦିର ଟ୍ରଷ୍ଟବୋର୍ଡ଼ ପରିଚାଳକ କହିଛନ୍ତି। ସେପଟେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ସହ ଟ୍ରାଫିକ ବ୍ୟବସ୍ଥା ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି ଉପଜିଲ୍ଲାପାଳ କହିଛନ୍ତି। freeslots dinogame telegram营销