
ମାଲକାନଗିରି, ୧୧/୦୩: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଗୁଳିବିନିମୟ। ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ। ମୃତ ମାଓବାଦୀ ଜଣଙ୍କ ହେଉଛନ୍ତି ବିଜାପୁର ନକ୍ସଲ ସଙ୍ଗଠନର ଡେପୁଟି କମାଣ୍ଡର ରିତେଶ ପୁନେମ। ତାଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ତିନି ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ତେବେ ଗୁଳି ବିନିମୟ ବେଳେ ରାମଲୁ ହେମଲା ନାମକ ଜଣେ ଯବାନ ଆହତ ହୋଇଥିବା ଜଣାପଡିଛି। ବିଜାପୁର ଜିଲ୍ଲାର ନେନଡ଼ ଥାନା ଅନ୍ତର୍ଗତ କେକା ଓ ମେସଲା ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ କୁମ୍ୱିଂ ଅପରେସନ ଆରମ୍ଭ ହୋଇଥିଲା । ଯବାନଙ୍କ ଆସିବା ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ପରେ ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । freeslots dinogame telegram营销