ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଖାରଜ

କଟକ, ୨୨/୦୩ : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ। ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ବହୁ ଚର୍ଚ୍ଚିତ କ୍ୟାମେରାମାନ ମାନସ ସ୍ୱାଇଁ ହତ୍ୟା ଘଟଣାକୁ ବିତିଲାଣି ଏକ ମାସରୁ ଅଧିକ ଦିନ । ଏବେ ଯାଏଁ ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରିବାରେ ବିଫଳ ହୋଇଛି ପୋଲିସ। ଏବେ ଶର୍ମିଷ୍ଠା ରାଉତ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ହାଇକୋର୍ଟ।

Exit mobile version