
ଭୁବନେଶ୍ୱର ,୦୮/୦୩ : ଓଡ଼ିଶାର ସମାଜସେବୀ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି । ଶ୍ରୁତିଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶ୍ରୁତି ମହାପାତ୍ରଙ୍କୁ ସମ୍ମାନିତ କରାଯାଇଛି ।ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଆଜି ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି। ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନକୁ ସମ୍ମାନ ପ୍ରଦର୍ଶନ ସ୍ବରୂପ ଦୁଇ ବର୍ଷ ପାଇଁ ମୋଟ୍ ୨୯ ଜଣ ମହିଳାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ନାରୀ ସଶକ୍ତିକରଣ, ବିଶେଷ କରି ଦୁର୍ବଳ ଓ ବଞ୍ଚିତ ବର୍ଗଙ୍କ କଲ୍ୟାଣ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୯ ଜଣ ମହିଳାଙ୍କୁ ମୋଟ ୨୮ଟି ପୁରସ୍କାରରେ ସମ୍ମାନିତ କରାଯାଇଛି।ମହିଳାମାନଙ୍କ ଉପଲବ୍ଧିକୁ ସମ୍ମାନ ଜଣାଇବା ପାଇଁ, ନାରୀ ସଶକ୍ତିକରଣ ଓ ସମାଜ କଲ୍ୟାଣ ଦିଗରେ ଯୋଗଦାନ ତଥା ସମାଜରେ ସକରାତ୍ମକ ପରିବର୍ତ୍ତନ ଆଣିଥିବା ପ୍ରଗତିଶୀଳ ମହିଳାମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଥାଏ । freeslots dinogame telegram营销