
ଭୁବନେଶ୍ୱର, ୨୨/୦୩: ଗିରଫ ହେଲେ ଚଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲ୍ରୁ ଡିସ୍ଚାର୍ଜ ହେବା ପରେ ପୋଲିସ୍ ତାଙ୍କୁ ଗିରଫ କରିଛି । ତାଙ୍କୁ ଲୋକଙ୍କ ଉପରେ ଗାଡ଼ି ଚଢ଼େଇ ଦେବା ମାମଲାରେ ପୋଲିସ୍ ଗିରଫ କରିଛି । ପ୍ରଶାନ୍ତଙ୍କୁ ଏବେ ଭୁବନେଶ୍ୱର କୋର୍ଟରେ ହାଜର କରିବ ପୋଲିସ୍ । ତେବେ ତାଙ୍କ ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି ।ସୂଚନା ଥାଉକି, ବାଣପୁର ବ୍ଲକ ସମ୍ମୁଖରେ ୧୨ ତାରିଖ ସକାଳେ ଏଭଳି କିଛି ଘଟଣା ଘଟିଥିଲା । ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିରୁ ବାଦ୍ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିର୍ଘାତିଆ ଛେଚିଲେ, ଦାମୀ କାର୍କୁ ଭାଙ୍ଗିରୁଜି ଚୁର୍ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଥିଲେ। ଘଟଣାରେ ୨୩ ଜଣ ଆହତ ହୋଇଥିଲେ। freeslots dinogame telegram营销