
ଭୁବନେଶ୍ୱର,୧/୨: ଆସନ୍ତା ୩ ତାରିଖରୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ସେହିପରି ୪ତାରିଖରେ ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜି ଏବଂ ଆସନ୍ତାକାଲି ଉପକୂଳ ଓଡ଼ିଶା ଏବଂ ତତ୍ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ଗଜପତି, କନ୍ଧମାଳ, ରାୟଗଡା, ଗଞ୍ଜାମରେ କୁହୁଡ଼ି ଦେଖା ଦେଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଡିରେକ୍ଟର ଏଚ ଆର ବିଶ୍ଵାସ ସୂଚନା ଦେଇଛନ୍ତି। freeslots dinogame telegram营销
-Advertisement-
-Advertisement-